Thu. Oct 15th, 2026

ଶବ୍ଦମିଡ଼ିଆ ବ୍ୟୁରୋ:ରାଜ୍ୟରେ ଡ୍ରାଇଭର ମହାମଞ୍ଚ ସଂଘର ଷ୍ଟେରିଂ ଛାଡ଼ ଆନ୍ଦୋଳନ ପ୍ରଭାବାରେ ରାଜ୍ୟରେ ଯାତ୍ରୀମାନଙ୍କ ଯାତାୟାତ ବ୍ୟବସ୍ଥା ଗୁରୁତର ପ୍ରଭାଭିତ ହୋଇଛି।ଆଜି ମୁଖ୍ୟ ମନ୍ତ୍ରୀଙ୍କୁ ଟୁଇଟ କରି ଅନୁରୋଧକରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଓଡ଼ିଶାରେ ଦୁଇ ଦିନ ହେଲା ଡ୍ରାଇଭର ବନ୍ଧୁ ମାନଙ୍କର ଗୋଟିଏ ଆନ୍ଦୋଳନ ଆରମ୍ଭ ହୋଇଛି । ଯାହା ଦ୍ୱାରା ସାଧାରଣ ଲୋକଙ୍କ ଯାତାୟତ କିଛି ମାତ୍ରାରେ ବାଧା ପ୍ରାପ୍ତ ହୋଇଥିବା ଦେଖିବାକୁ ମିଳୁଛି । ମାତ୍ର ଏ ଆନ୍ଦୋଳନ ଆଜିର ନୁହେଁ ପାଖାପାଖି ବର୍ଷକ ପୂର୍ବରୁ ଆରମ୍ଭ ହୋଇଥିଲା । ସେତେବେଳେ ଡ୍ରାଇଭର ମହାସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା ହୋଇ ଏହି ଆନ୍ଦୋଳନ ସ୍ଥଗିତ ରହିଲା ବୋଲି ଗଣମାଧ୍ୟମରୁ ଜାଣିବାକୁ ପାଇଥିଲି । କିଛି ଦିନ ପୂର୍ବରୁ ସମାନ ଦାବିକୁ ଦୋହରାଇ ଡ୍ରାଇଭର ବନ୍ଧୁ ମାନେ ଦଣ୍ଡବତ ଯାତ୍ରା କରିଥିଲେ ।
ଡ୍ରାଇଭର ବନ୍ଧୁ ମାନଙ୍କର ସମାଜରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ । ଏମାନେ ସମାଜରେ ଅସ୍ପୁର୍ଶ୍ୟ ନୁହଁନ୍ତି । ସେମାନେ ଆମ ମାନଙ୍କ ମଧ୍ୟରୁ ଜଣେ । ତାଙ୍କ ସହ ଭଲ ଭାବେ ରାଜ୍ୟ ସରକାର ଆଲୋଚନା ନ କରି ରାସ୍ତା ବାହାର ନ କରିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ । ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି, ଡ୍ରାଇଭର ବନ୍ଧୁ ମାନଙ୍କର ଦାବିକୁ ଗୁରୁତ୍ୱର ସହ ନେଇ ଆପଣଙ୍କ ଉପସ୍ଥିତିରେ ସମସ୍ତ ଡ୍ରାଇଭର ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

By

Leave a Reply

Your email address will not be published. Required fields are marked *