ପଶ୍ଚିମାଝଡ଼ ପରେ ଆଜିଠୁ ବଢ଼ିବ ବର୍ଷା: ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମାଝଡ଼ ପରେ ବଢ଼ିପାରେ ବର୍ଷା । ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି । ଏହି ସମୟରେ ପବନର ବେଗ ୪୦ରୁ ୫୦ କିମି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ଆସନ୍ତାକାଲି ଠାରୁ ବର୍ଷା ଓ ପବନ ଅଧିକ ବଢ଼ିବାର ସମ୍ଭାବନା ରହିଛି । ଆସନ୍ତାକାଲି ବିଶେଷକରି କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ ଓ ମାଲକାନଗିରିରେ କୁଆପଥର ପଡ଼ିବାର ସମ୍ଭାବନା ରହିଛି । ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ । ସେଥିପାଇଁ ଏସବୁ ଜିଲ୍ଲାଗୁଡ଼ିକ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

You May Also Like

More From Author

+ There are no comments

Add yours