ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ଆଜି ଭୋରରୁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇଥିଲା। ପଶ୍ଚିମା ଝଡ଼ ପ୍ରଭାବ ରାଜ୍ୟ ଆଉ ୨ଦିନ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି।
ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାବରେ ଆଜି ରାଜ୍ୟରେ ବର୍ଷା ପବନ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୦ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ କନ୍ଧମାଳ। ସେହିପରି ୨୧ ତାରିଖ ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି।
+ There are no comments
Add yours