ସରିବ ମାଟ୍ରିକ ପରୀକ୍ଷା, ଶେଷ ଦିନରେ ଗଣିତ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ସରୁଛି ମାଟ୍ରିକ ପରୀକ୍ଷା। ଶେଷ ଦିନରେ ଗଣିତ ପରୀକ୍ଷା ଦେଉଛନ୍ତି ଛାତ୍ର ଛାତ୍ରୀ। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟା ପର୍ଯ୍ୟନ୍ତ ଚାଲୁରହିଛି। ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ ଓ ଜୋମେଟ୍ରିବକ୍ସ ନେବାର ଅନୁମତି ରହିଛି।

ମାର୍ଚ୍ଚ ୧୦ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଥିଲେ। ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲା ବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା। ନକ୍ସଲ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା।

You May Also Like

More From Author

+ There are no comments

Add yours