ଶବ୍ଦ ଓଡିଶା ବ୍ୟୁରୋ: ଆଜି ପବିତ୍ର ଚୈତ୍ରମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଖସାପଡା ନୀତି। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ପାଞ୍ଚଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ। ଏଣୁ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଖସାପଡା ନୀତି ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନିତି ସମ୍ପାଦନ କରାଯାଏ।
