ଆଉ ୪ଦିନ ରାଜ୍ୟରେ ବର୍ଷା ସମ୍ଭାବନା


ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଆଉ ୪ ଦିନ ବର୍ଷା ହେବ । ଅଧିକ ବର୍ଷା ସମ୍ଭାବନା ନଥିଲେ ବି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଂଟା ପରେ ରାଜ୍ୟରେ ତାପମାତ୍ରା ଧୀରେ ଧୀରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ । ଏହା ପରେ ରାଜ୍ୟରେ ଖରା ବଢିବା ସହ ଗରମ ମଧ୍ୟ ବଢିବ ।
ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଦିନ ତାପମାତ୍ରା ୩୨ ଡିଗ୍ରୀ ଓ ରାତିର ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରୀ ରହିବ । ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ଣରେ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ କପ୍ତିପଦାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ଯାଜପୁର ଓ ଭୁବନେଶ୍ୱର ସମେତ ଗୁଣପୁର, ଟିଟିଲାଗଡ଼, ବଲାଙ୍ଗୀର, କଟକରେ ବର୍ଷା ସହ କୁଆପଥର ମାଡ ହୋଇଛି

You May Also Like

More From Author

+ There are no comments

Add yours