ସ୍ୟାଟ୍‌ ଉଚ୍ଛେଦ ନିଷ୍ପତ୍ତି ସୁପ୍ରିମକୋର୍ଟରେ କାଏମ

ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ୍‌) ଉଚ୍ଛେଦ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି । ରାଜ୍ୟ ସରକାରଙ୍କ ସୁପାରିଶ ଆଧାରରେ କେନ୍ଦ୍ର ସରକାର ୨୦୧୯ ମସିହା ଅଗଷ୍ଟ ୨ତାରିଖରେ ସ୍ୟାଟ୍ ଉଚ୍ଛେଦ କରିଥିଲେ ।

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ତାଙ୍କ ରାୟରେ ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ ଉଚ୍ଛେଦ ନିଷ୍ପତ୍ତିକୁ ବୈଧ ବୋଲି ଦର୍ଶାଇବା ସହ ସମ୍ବଧାନର ଧାରା ୩୨୩(କ) ଭାରତ ସରକାରଙ୍କୁ ଟ୍ରିବ୍ୟୁନାଲ ଉଚ୍ଛେଦ ନିଷ୍ପତ୍ତି ନେବାରେ ବାଧକ ସାଜୁନି । ଟ୍ରିବ୍ୟୁନାଲ ଉଚ୍ଛେଦ ନିଷ୍ପତ୍ତି ମଧ୍ୟ ସମ୍ବିଧାନର ଧାରା ୧୪କୁ ଉଲ୍ଲଘଂନ କରୁନି ବୋଲି ସୁପ୍ରିମକୋର୍ଟ ମତ ଦେଇଛନ୍ତି ।

You May Also Like

More From Author

+ There are no comments

Add yours