ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ସମଗ୍ର ରାଜ୍ୟରେ ଆଜି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା । ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି । ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୧୩ଟି ଜିଲ୍ଲାରେ ଝଡ଼ ବର୍ଷା ହେବ । ଏହି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଗତକାଲି ଦିନ ସମୟରେ ଟାଣ ଖରା ଅନୁଭୂତ ହୋଇଥିଲ । କିନ୍ତୁ ଅପରାହ୍ନ ଆଡ଼କୁ ପାଗ ବଦଳି ଯାଇଥିଲା । ରାଜଧାନୀ ସମେତ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଥିଲା । କିଛି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିଥିଲା ।

You May Also Like

More From Author

+ There are no comments

Add yours