Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଆଜି ସୃଷ୍ଟି ହୋଇପାରେ ଆଉ ଏକ ପଶ୍ଚିମା ଝଡ଼ । ପ୍ରଭାବରେ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ । ୩୧ ତାରିଖରେ ପ୍ରବଳ ବର୍ଷା ହୋଇପାରେ । ୭ ଜିଲ୍ଲାକୁ ଅଧିକ ବର୍ଷା ରହିଛି । ଆଜି ଓ କାଲି ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ୩୧ରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ୭୦ରୁ ୧୧୦ ମିଲିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୧ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

Leave a Reply

Your email address will not be published. Required fields are marked *