ଆସୁଛି ପଶ୍ଚିମା ଝଡ଼: ଆଜି ୧୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ଆସୁଛି ପଶ୍ଚିମା ଝଡ଼ । ଆସନ୍ତା ୨ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡ଼ର ପ୍ରଭାବ ରହିବ । ଦେଶର ଉତର ପଶ୍ଚିମ ଭାଗକୁ ଏହା ପ୍ରଭାବିତ କରିବ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଏବେ ମଧ୍ୟ ରାଜ୍ୟରେ ଏକ ପଶ୍ଚିମା ଝଡ଼ର ପ୍ରଭାବ ରହିଛି ।

ଆଜି ୧୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ହେଉଛି ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର । ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

You May Also Like

More From Author

+ There are no comments

Add yours