ଶ୍ରୀମନ୍ଦିରରେ ଅନୁିଷ୍ଠିତ ହେବ ଶ୍ରୀରାମଙ୍କ ଜନ୍ମନୀତି

ଶବ୍ଦ ଓଡିଶା ବ୍ୟୁରୋ: ପବିତ୍ର ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କଙ୍କ ଜନ୍ମନୀତି ଅନୁଷ୍ଠିତ ହୋବ । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯିବା ସଙ୍ଗେ ସଙ୍ଗେ ଗର୍ଭଉଦକ ଦିଆଯାଏ । ନବମୀ ଦିନ ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ୨ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ ହୋଇଥାଏ ।
ଏହି ଗୁପ୍ତନୀତିକୁ କେହି ଯେପରି ଦେଖି ନପାରିବେ ସେଥିଲାଗି ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦ କରାଯାଇଥାଏ । ଶ୍ରୀରାମ ଜନ୍ମ ହେବା ପରେ କର୍ପୁର ଆଳତି ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଯାଏ । ଏହା ପରେ ପଣ୍ଡା ଶୀତଳଭୋଗ କରାଇବା ସହ ମହାସୁଆର ଜୟବିଜୟ ଦ୍ୱାରଠାରେ ଚରୁଭାତ ମଣୋହୀ କରାଇଥାନ୍ତି ।

You May Also Like

More From Author

+ There are no comments

Add yours