Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: କଟକ ଜିଲ୍ଲା ଚହଟା ବିଡାନାସୀ ମଶାଣି ଛକରେ ଗତକାଲି ବିଳିମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତ ଓ ଆହତ ବ୍ୟକ୍ତିଙ୍କ ଘର ଢେଙ୍କାନାଳ ଜିଲ୍ଲାରେ ବୋଲି ଜଣାପଡିଛି।
ଗତକାଲି ବିଳମ୍ବିତ ରାତିରେ କାର୍‌ରେ ୩ଜଣ ବ୍ୟକ୍ତି ଢେଙ୍କାନାଳ ଅଭିମୁଖେ ଯାଉଥିଲେ। ଏହି ସମୟରେ ଚହଟା ବିଡାନାସୀ ମଶାଣି ଛକରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍‌ ସହ ମୁହିଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଥିଲେ।

Leave a Reply

Your email address will not be published. Required fields are marked *