ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବଢ଼ିଲା, ଏପ୍ରିଲ ପହିଲାରୁ ଲାଗୁ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟ ସରକାର ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀରେ ୧୨ଟଙ୍କା ବୃଦ୍ଧି ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଏପ୍ରିଲ ପହିଲାରୁ କାର୍ଯ୍ୟକାରୀ ହେବ ।
ରାଜ୍ୟ ଶ୍ରମ କମିଶନରଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରମିକମାନଙ୍କର ଦୈନିକ ମଜୁରୀରେ ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତା(ଭିଡିଏ)ରେ ୧୨ଟଙ୍କା ବୃଦ୍ଧି ହୋଇଛି । ଏହି ବର୍ଦ୍ଧିତ ଭିଡିଏ ଯୋଗୁ ଅଣକୁଶଳୀଙ୍କ ଶ୍ରମିକଙ୍କ ଦୈନିକ ସର୍ବନିମ୍ନ ମଜୁରୀ ୩୩୩ ଟଙ୍କାରୁ ୩୪୫ଟଙ୍କାକୁ ବୃଦ୍ଧି ପାଇଥିବାବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୭୩ରୁ ୩୮୫ଟଙ୍କା, କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ପରିମାଣ ୪୨୩ରୁ ୪୩୫ଟଙ୍କା ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ପରିମାଣ ୪୮୩ରୁ ୪୯୫ଟଙ୍କାକୁ ବୃଦ୍ଧି ପାଇଛି ।

You May Also Like

More From Author

+ There are no comments

Add yours