ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଦିନରେ ଟାଣଖରା ଓ ଅପରାହ୍ଣରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗର ଆକଳନ କରିଛି । ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସେହିଭଳି ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, ଢେଙ୍କାନାଳ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ଝଡ଼ବର୍ଷା ହୋଇପାରେ ।

You May Also Like

More From Author

+ There are no comments

Add yours